ହୀରାକୁଦ ଛାଡିଲା ପାଣି, ବୁଡିବ କଟକ, କୋକୁଆ ଭୟରେ କାନ୍ଦିଲେଣି ଲୋକେ, ଜାଣନ୍ତୁ ପୁରା‌ ଖବର

ଖୋଲିଲା ହୀରାକୁଦ ଡ୍ୟାମ୍ ଗେଟ୍ । ହୀରାକୁଦରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଆଜି ଦିନ ୧୦ଟା ୨୧ ମିନିଟ୍ ସମୟରୁ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି । ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନଂ ଗେଟ୍ ଖୋଲିଥିବା ବେଳେ ପର୍ଯ୍ୟାୟ କ୍ରମେ ୧୨ଟି ଗେଟ୍ ଖୋଲିବ । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳ ଭଣ୍ଡାରର ଜଳ ସ୍ତର ବୃଦ୍ଧି ପାଇଛି ।

ସେଥିପାଇଁ ଜଳ ଭଣ୍ଡାର ଗେଟ୍ ଖୋଲାଯାଇ ଜଳ ନିଷ୍କାସନ କରାଯିବ । ଏହି ଜଳ ନିଷ୍କାସନ ବେଳେ ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ସମେତ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ। ତେବେ ଆଜି ପର୍ଯ୍ୟାୟ କ୍ରମେ ହୀରାକୁଦ ଜଳଭଣ୍ଡାରରୁ ବାମପଟେ ୮ ଗୋଟି ଓ ଡାହାଣ ପଟେ ୪ ଗୋଟି ମୋଟ ୧୨ ଗୋଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯିବା ନେଇ ସୂଚନା ମିଳିଛି।

ଅନ୍ୟପଟେ ହୀରାକୁଦ ଜଳ ଭଣ୍ଡାର ଗେଟ୍ ଖୋଲାଯିବା ପରେ ମହାନଦୀ ଓ ତାର ଶାଖା ନଦୀ ଗୁଡିକର ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି । ସେଥିପାଇଁ ଜନସାଧାରଣଙ୍କୁ ସଚେତନ କରାଯାଇଛି। ହୀରାକୁଦ ଗେଟ୍ ଖୋଲାଯିବା ଫଳରେ ୧୩ଟି ଜିଲ୍ଲା ପ୍ରଭାବିତ ହେବାର ସମ୍ଭାବନା ରହିଛି । ଉକ୍ତ ଜିଲ୍ଲାକୁ ମଧ୍ୟ ସତର୍କ କରାଯାଇଛି ।