ସାବଧାନ! ପୁଣି ଆସୁଛି ଲଘୁଚାପ ସହ ବନ୍ୟା ଏହି ସବୁ ଜିଲ୍ଲାକୁ ବଡ଼ ବିପଦ, ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ। ଅଗଷ୍ଟ ୧୯ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଦ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ। ଅଗଷ୍ଟ ୧୯ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଦ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ।

ଏହାର ପ୍ରଭାବରେ ସୋମବାରଠାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିସହ ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ହୋଇପାରେ। ନୂଆ ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ୨୭ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି।