ଓଡିଶା କଥା କହିବାରୁ ମମତାଙ୍କୁ କଡ଼ା ଜବାବ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଏମିତି

 
mamata mohon

ପଶ୍ଚିମବଙ୍ଗରେ ଟ୍ରେନିଂ ମହିଳା ଡାକ୍ତରଙ୍କ ବଳାତ୍କାର ହତ୍ୟା ଘଟଣାରେ ସରକାରୀ ଦଳ ସମେତ ବିରୋଧୀ ଏବଂ ଛାତ୍ରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏହାରି ମଧ୍ୟରେ ବିଭିନ୍ନ ଦିଗକୁ ନେଇ ମୁଖ୍ୟମନ୍ତ୍ରୀ ମମତାଙ୍କ ଉପରେ ଚାପ ବଢି ଚାଲିଛି। 

ବୁଧବାର ଟିଏମସି ପକ୍ଷରୁ କରାଯାଇଥିବା ଆନ୍ଦୋଳନରେ ମମତା ଭାଜପା ଉପରେ ଅଭିଯୋଗ ଲଗାଇଛନ୍ତି ଯେ, ଦଳ ରାଜ୍ୟରେ ରାଜନୈତିକ ସଫଳତା ପାଇଁ ହିଂସା ସୃଷ୍ଟି କରୁଛି। ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। 

ଏହି ଅବସରରେ ସେ ବିହାର, ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ଆସାମ ଓଡ଼ିଶାର ନାମ ନେଇଛନ୍ତି। ମମତାଙ୍କ ଟିପ୍ପଣୀକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରତିକ୍ରିୟା ଦେଇଛନ୍ତି। 

ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକରାତ୍ମକ ମନ୍ତବ୍ୟ ଏବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେବି ଗ୍ରହଣ କରିବେ ନାହିଁ। 

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମମତାଙ୍କୁ ଶ୍ରୀ ମାଝୀ କହିଛନ୍ତି, ଆପଣଙ୍କୁ ଏ ଅଧିକାର ଦେଲା କିଏ? ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକରାତ୍ମକ ମନ୍ତବ୍ୟ ଏବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେବି ଗ୍ରହଣ କରିବେ ନାହିଁ। 

ଜଘନ୍ୟ ଅପରାଧର ଶିକାର ହୋଇଥିବା ଝିଅକୁ ନ୍ୟାୟ ନ ଦେଇ, ପ୍ରତିଶୋଧ ପରାୟଣ ଭାବ ନେଇ ଆପଣ ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ଦେଶପାଇଁ ବିପଦ ଜନକ। ଆପଣଙ୍କୁ ଅନୁରୋଧ, ଏଥିରୁ କ୍ଷାନ୍ତ ରୁହନ୍ତୁ। ଶାନ୍ତ ରହନ୍ତୁ।