୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା, ଏହି ୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ରୁହନ୍ତୁ ସତର୍କ

ସମୁଦ୍ରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଆର ଅଧିକାଂଶ ଜିଲ୍ଲାର ବହୁ ସ୍ଥାନରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି, ଗୁରୁବାର ଅପରାହ୍ନରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେହି ଜିଲ୍ଲା ଗୁଡିକ ହେଲା କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଢ଼େଙ୍କାନାଳ ଏ ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାଛଡା, କୋରାପୁଟ, ରାୟଗଡ଼ା, ଗଜପତି,
 

ସମୁଦ୍ରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଆର ଅଧିକାଂଶ ଜିଲ୍ଲାର ବହୁ ସ୍ଥାନରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି, ଗୁରୁବାର ଅପରାହ୍ନରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେହି ଜିଲ୍ଲା ଗୁଡିକ ହେଲା କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଢ଼େଙ୍କାନାଳ ଏ ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏହାଛଡା, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର, କାଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ଉପରୋକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରା ଯାଇଛି।