'ସୁଭଦ୍ରା' ଯୋଜନା: କିଏ ପାଇବେ କିଏ ପାଇବେନି? କେଉଁଠି କରିବେ ଆବେଦନ ଜାଣନ୍ତୁ ସବୁକିଛି
ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ । ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍ ସମସ୍ତ ଯୋଗ୍ୟ ମହିଳାମାନେ ଏହି ଟଙ୍କା ପାଇପାରିବେ ।
ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ହିତାଧିକାରୀଙ୍କୁ ପ୍ରଦାନ କରାଯିବ। ସୁଭଦ୍ରା ଡେବିଟ୍ କାର୍ଡ ସୁଭଦ୍ରା ଯୋଜନାରେ ଅତିରିକ୍ତ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ସରକାର। ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ମିଳିବ ଅତିରିକ୍ତ ସହାୟତା ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ଶହ। ୨୦୨୮-୨୯ ମସିହା ପର୍ୟ୍ୟନ୍ତ କାର୍ୟ୍ୟକାରୀ ହେବାକୁ ଥିବା ଏହି ଯୋଜନା ପାଇଁ ମୋଟ ୫୫୮୨୫ କୋଟିର ବଜେଟ୍ ଧାର୍ୟ୍ୟ ହୋଇଛି। ଏହି ଯୋଜନାକୁ କାର୍ୟ୍ୟକାରୀ ଓ ତଦାରଖ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ଏକ 'ସୁଭଦ୍ରା ସୋସାଇଟି' ଗଠନ କରାଯିବ ।
ଆବେଦନ ପାଇଁ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ଜନ ସେବା କେନ୍ଦ୍ରରେ ଆବେଦନ କରିହେବ। ଏସବୁ ଜାଗାରେ ମାଗଣାରେ ଫର୍ମ ମିଳିବ ଓ ହିତାଧିକାରୀ ସେହି ଫର୍ମ ପୂରଣ କରି ସୁଭଦ୍ର ସହାୟତା ପାଇଁ ଆବେଦନ କରି ପାରିବେ। ସୁଭଦ୍ରା ପାଇଁ ଏକ କଲ୍ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ।
ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ପାଇବେନି ସୁଭଦ୍ରା ସହାୟତା। ସରକାରୀ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। ଆୟକର ପ୍ରଦାନ କରୁଥିବା ମହିଳା ମଧ୍ୟ ସହାୟତା ପାଇବେନି। ଅନ୍ୟ ସରକାରୀ ଯୋଜନାରେ ସହାୟତା ପାଉଥିଲେ ମିଳିବନି ମାସିକ ୧୫ ଶହ ବା ବାର୍ଷିକ ୧୮ ହଜାର ପାଉଥିଲେ ମିଳିବନି 'ସୁଭଦ୍ରା' ଟଙ୍କା।