୨ ସେପଟେମ୍ବର ୨୦୧୯ ସୋମବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

ମେଷ: କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। କିନ୍ତୁ ଆପଣଙ୍କ ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ବନ୍ଧୁ ଓ ପରିବାର ଦିଗରୁ ମଧ୍ୟ ସମୟଟି ଅନୁକୂଳ ନୁହେଁ। ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ବୃଷ: କୌଣସି ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢ଼ାଇବେ, ଫଳରେ ଆଜିର କାମ ଅଟକିବ ନାହିଁ। ଅଫିସରେ କାର୍ଯ୍ୟବ୍ୟସ୍ତତା
 

ମେଷ: କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। କିନ୍ତୁ ଆପଣଙ୍କ ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍‌ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ବନ୍ଧୁ ଓ ପରିବାର ଦିଗରୁ ମଧ୍ୟ ସମୟଟି ଅନୁକୂଳ ନୁହେଁ। ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ।

ବୃଷ: କୌଣସି ବନ୍ଧୁ କିମ୍ବା ସହକର୍ମୀ ସହଯୋଗର ହାତ ବଢ଼ାଇବେ, ଫଳରେ ଆଜିର କାମ ଅଟକିବ ନାହିଁ। ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ଆନୁଷ୍ଠାନିକ କାମରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି ଓ ନିଜର ସ୍ବାର୍ଥ ହାସଲ କରିପାରନ୍ତି।

ମିଥୁନ: ଆଜି ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟ କଟୁସତ୍ୟ କହି ସେମାନଙ୍କ ସହ ତିକ୍ତତା ସୃଷ୍ଟି ହେବାର ଆଶଙ୍କା ରହିଛି । କିନ୍ତୁ ସାଧାରଣ ତୋଷାମଦିଆ କଥାରେ ମନ ବଦଳି ଯାଇପାରେ। ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ।

କର୍କଟ: ଆଜି ଯଦିଓ ଅର୍ଥର ଅଭାବ ରହିବନାହିଁ ତଥାପି ଆଉ କେତେକ ଅପୂରଣୀୟ ଆଶା ଦୁଶ୍ଚିନ୍ତାର କାରଣ ହେବ। ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। ମାଲିମକଦ୍ଦମା, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ମାନସିକ ଅଶାନ୍ତି ବଢ଼ିବ। କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।

ସିଂହ: ଆଜି ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ। କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ। ବାଣିଜ୍ୟ, ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।

କନ୍ୟା: ଆଜିର ଯାତ୍ରା କାଳରେ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ ଓ କଳହର ସମ୍ଭାବନା ରହିଛି । ଅତିପ୍ରିୟ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଖୁସି ଅନୁଭବ କରିବେ।

ତୁଳା: ସାହାଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ଆଜି ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ଅବଶ୍ୟ ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ ହେବ ା ତରବରିଆ ଭାବରେ ନିଜର କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢ଼ିଯାଇପାରେ। ଶିଳ୍ପ, ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।

ବିଛା: ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ମଧ୍ୟରେ ଯାହା ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ଆକସ୍ମିକ ଭାବେ ତାହାର ସରଳ ସମାଧାନ ହୋଇଯିବ। ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ଚେଷ୍ଟା କଲେ ସଫଳତା ପାଇ ପାରିବେ। ଭୁଲ୍‌ ବୁଝାମଣା ହେତୁ ନିଜ ପରିବାରର ସଦସ୍ୟ କିମ୍ବା ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ।

ଧନୁ: ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗିରହିବ କିନ୍ତୁ ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ଅବଶ୍ୟ ରହିବ। ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରି ଚାଲିବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।

ମକର: ଜଣେ ବ୍ୟକ୍ତି ଠାରୁ ହଠାତ୍‌ କୌଣସି ଦୁଃଖଦ ଖବର ପାଇ ବିଚଳିତ ହୋଇପାରନ୍ତି। ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ପଡ଼ୋଶୀମାନେ ବିଭିନ୍ନ ପ୍ରକାର ଝମେଲା ସୃଷ୍ଟି କରିପାରନ୍ତି। ଶିଳ୍ପ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଗବେଷଣା ଓ ରଚନାମତ୍କ କାର୍ଯ୍ୟରୁ ସୁଫଳ ପାଇବେ।

କୁମ୍ଭ: ଆଜିର କର୍ମକ୍ଷେତ୍ରରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ପାଟିତୁଣ୍ଡ ଲାଗିରହିବ। ପାରିବାରିକ ସମସ୍ୟାର ସମାଧାନ ସକାଶେ ଚେଷ୍ଟା କରିପାରିବେ। ବନ୍ଧୁ ଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି। କଳା, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।

ମୀନ: ଅନ୍ୟମାନଙ୍କ ଅସୁବିଧାକୁ ସୁଧାରିବା ସକାଶେ ସୁପରାମର୍ଶ ଦେଇପାରନ୍ତି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ବ୍ୟବସାୟ ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। ରାସ୍ତାରେ ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି।