୧୧ ମଇ ୨୦୧୯ ଶନିବାରର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

ମେଷ: ଆଜି ଆପଣଙ୍କର ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁ ସମ୍ମୁଖରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସୁଫଳ ପାଇବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବୃଷ: ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ବାଣିଜ୍ୟ,
 

ମେଷ: ଆଜି ଆପଣଙ୍କର ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁ ସମ୍ମୁଖରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସୁଫଳ ପାଇବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।

ବୃଷ: ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ। ଦୂରଯାତ୍ରା କରିପାରନ୍ତି। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।

ମିଥୁନ: ଆଜି ଆପଣ ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ଏହାର କୁପରିଣାମ ସ୍ବରୂପ ପରିବାର ମଧ୍ୟରୁ ନିଜ ଲୋକମାନଙ୍କ ଦ୍ୱାରା ସମାଲୋଚିତ ହେବାକୁ ପଡ଼ିବ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ ଓ ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।

କର୍କଟ: ସକାଳୁ ସକାଳୁ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ, ଯାହାଦ୍ୱାରା ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।

ସିଂହ: ପ୍ରତ୍ୟେକ ପ୍ରକାର ସମସ୍ୟା ମଧ୍ୟରେ ନିଜକୁ ସମ୍ଭାଳି ନେଇ କାମ କରିବା ଦୁଷ୍କର ହୋଇପଡ଼ିବ। ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ଅତି ନିକଟରୁ ପାଇଯିବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।

କନ୍ୟା: ପାରିବାରିକ ଜୀବନରେ ବିଲୁପ୍ତ ସ୍ନେହ, ଶ୍ରଦ୍ଧା ଓ ଆଦରର ସଦ୍‌ଭାବ ଆକସ୍ମିକ ଅନୁଭବ କରିବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଗୃହ ସଜ୍ଜାରେ ମନୋନିବେଶ କରିବେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି।

ତୁଳା: କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ, ଫଳରେ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହେବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ସ୍ବାତୀର ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।

ବିଛା: ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।

ଧନୁ: ଆଜି ପାରିବାରିକ କ୍ଷେତ୍ର, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ।

ମକର: ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ। ଧନିଷ୍ଠା ନକ୍ଷତ୍ର କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।

କୁମ୍ଭ: ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅତି ଭଲ ପାଉଥିବା ସମ୍ପର୍କୀୟା ଭାଇ କିମ୍ବା ପଡୋଶୀଟିର ମନୋଭାବ ବଦଳିଯିବ।

ମୀନ: ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ଅଶାନ୍ତିର ସମ୍ଭାବନା ରହିଛି। ଆଲୋଚନା କାଳରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡା ଲାଗିପାରେ।