ଆର ପାରି କି ଚାଲିଗଲେ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ, ଆସିଲା ଦୁଃଖଦ ଖବର

 
Pintu

ବହୁ ଦିନ ହସ୍ପିଟାଲ୍ ରେ ରହିବା ପରେ ଅଭିନେତା ପିଣ୍ଟୁ ଙ୍କ ବୁଧବାର ରାତି 11:25 ମିନିଟରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ପିଣ୍ଟୁଙ୍କ ପରଲୋକକୁ ନେଇ ଅଭିନେତା ଶ୍ରୀତମ ଦାସ ଟ୍ୱିଟ କରି ସୂଚନା ଦେଇଛନ୍ତି । ମାତ୍ର 47 ବର୍ଷ ବୟସ ରେ ସେ ମୃତ୍ୟୁବରଣ କରିଥିଲେ ।

Pintu nanda

ଲିଭର୍ ସିରୋସିସ୍‌ରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ଚିକିତ୍ସିତ ହେଉଥିଲେ। ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ତେଣୁ ସେ ଦିଲ୍ଲୀ ଗସ୍ତ କରିଥିଲେ ।ସେଠାରେ ତାଙ୍କର ଲିଭର୍ ଟ୍ରାନ୍ସପ୍ଲାଣ୍ଟ ହେବାର ଥିଲା ।

ହେଲେ ସେଠାରେ ଡୋନର ନମିଳିବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଦୁଃଖଦ କଥା, ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ପିଣ୍ଟୁ ନନ୍ଦ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।