ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ଼ ଘୋଷଣା,ଏବେ ଖାତାକୁ ଯିବ ୨୦୦୦ ଟଙ୍କା ..ଜାଣନ୍ତୁ କେମିତି କରିବେ ଆବେଦନ

 
Naveen odisha

ନିର୍ବାଚନ ପାଖେଇ ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ୪ ଦିନରେ ବଡ଼ ବଡ଼ ଘୋଷଣା ମାନ କରି ଚାଲିଛନ୍ତି। ଏହିସବୁ ମଧ୍ୟରେ ଆଜି ମଧ୍ୟ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି "ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା"ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି।

Naveen odisha

ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ।ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ। ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା। ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି।

ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ ଡିବିଟ ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ। ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ। ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ।

Kalakar

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ। ଏହା ବ୍ୟତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ ୫ଟି ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ।