ଆସନ୍ତା ୨୪ ଘଣ୍ଟାରେ ଏହି ୧୨ ଟି ଜିଲ୍ଲାରେ ହେବ ଘଡଘଡି ବିଜୁଳି ସହ କୁଆପଥର ବର୍ଷା, ପାଣିପାଗ କେନ୍ଦ୍ର ଦେଲା ୱାର୍ଣ୍ଣିଂ

 
ବର୍ଷା

ସକ୍ରିୟ ଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିପାରେ। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ବିଜୁଳି ସହ ବର୍ଷା ,କୁଆପଥର ବର୍ଷା ଏବଂ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ୧୨ ଟି ଜିଲ୍ଲାକୁ ଅରେଞ୍ଜ ଅରଂଜ ୱାର୍ଣ୍ଣିଂ ଜାରି କରାଯାଇଛି।

Rain

ସେହି ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ ଓ କେନ୍ଦ୍ରାପଡା। ଏହି ସମୟ ମଧ୍ୟରେ ପୁରୀ, ଗଂଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ବୌଦ୍ଧ, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଅନୁଗୁଳ ଆଜି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Rain

୨୧ରୁ ୨୧ ତାରିଖ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପଶ୍ଚିମା ଝଡ ଅପସାରଣ ପରେ ରାଜ୍ୟରେ ପୁଣି ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବା ସମ୍ଭାବନା ଥିବାରୁ ଶୀତ ପ୍ରକୋପ ବଢ଼ିବ।