ଦେଖନ୍ତୁ ଭିଡିଓ: ଦାମଙ୍କ ଶେଷ ଦର୍ଶନ କରି କାନ୍ଦି ପକାଇଲେ ନବୀନ, କାଲି ଭାବିଥିଲେ ସୁସ୍ଥ ହୋଇଯିବେ ହେଲେ ଆଜି ଚାଲିଗଲେ

 
Damadar rout

ଓଡିଶାର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପରଲୋକ ଘଟିଛି। ସେ କିଛିଦିନ ଧରି ଭୁବନେଶ୍ବର ହସପିଟାଲରେ ଚିକିତ୍ସିତ ହେଉଥିଲେ। ହେଲେ ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଯାଇଛି। ତାଙ୍କର ବିୟୋଗ ଆଜି ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ଘଟିଲା ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ।

Naveen Patnaik

ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦାମୋଦର ରାଉତଙ୍କ ଦେହାନ୍ତ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ସେବା ପାଇଁ ତାଙ୍କ କାର୍ଯ୍ୟ ସବୁବେଳେ ସ୍ମରଣୀୟ ହୋଇ ରହିବ। ରାଜନୀତିର କର୍ଣ୍ଣଧାର ଥିଲେ ଦାମୋଦର। ତାଙ୍କ ପରଲୋକରେ ରାଜ୍ୟ ରାଜନୀତିର ଅପୂରଣୀୟ କ୍ଷତି ହୋଇଛି। ତାଙ୍କ ଦେହାନ୍ତ ସାରା ରାଜ୍ୟ ପାଇଁ ଦୁଃଖଦ ଖବର।

ଶଙ୍ଖ ଭବନରେ ବରିଷ୍ଠନେତା ଦାମୋଦର ରାଉତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଦାମୋଦରଙ୍କ ଦେହାନ୍ତ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ସକାଳେ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ଆଜି ଭୋର ୫ଟା ୨୩ ମିନିଟରେ ଦାମ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ପରିବାର ଲୋକ ଜଣାଇଛନ୍ତି। ସେ କିଡନୀଜନିତ ରୋଗରେ ପୀଡିତ ଥିଲେ।