ମାଡି ଆସୁଛି ଭୟଙ୍କର କାଳବୈଶାଖୀ, କମିବ ତାତି ଏହିସବୁ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ, ପ୍ରବଳ ଘଡ଼ଘଡ଼ି ବିଜୁଳି ମାରିବ

 
Barsha

ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଆସନ୍ତ ୩ ଦିନ ପର୍ଯ୍ୟନ୍ତ ଏଥିରୁ ତ୍ରାହି ମିଳିବାର ନାହିଁ। ତେବେ ଆସନ୍ତା ୨ ତାରିଖରେ କିଛି ଜିଲାରେ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

Kala baishaki

ଏହା ପୂର୍ବରୁ ୨୯ ତାରିଖରେ କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ କାଳବୈଶାଖୀ ସାଙ୍ଗକୁ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ।

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବେଲଗାମ ହୋଇଥିବା ତାପମାତ୍ରାରେ ହ୍ରାସ ଦେଖିବାକୁ ମିଳିପାରେ। ଅନେକ ରାଜ୍ୟରେ ଆଗାମୀ ଦିନରେ ପ୍ରବଳ ବର୍ଷା ସହ ଝଡ ତୋଫାନ ଆସିବ ବୋଲି ଆଶା କରାଯାଉଛି। ତେଣୁ ବିଶେଷ କରି ଉତ୍ତର ପଶ୍ଚିମ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଓଡିଶାରେ ବି କିଛି ଦିନ ମଧ୍ୟରେ କାଳବୈଶାଖୀ ଯୋଗୁଁ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି।

Kala baishaki

ରବିବାର ଭୀଷଣ ଗରମ ହେବା ନେଇ ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ସୋମବାର ପାଇଁ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଖୋର୍ଦ୍ଧା, ନୟାଗଡ, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ମୟୁରଭଞ୍ଜ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।