ବଦଳିଯିବ ପାଗ ମାଡି ଆସିବ କଳାହାଣ୍ଡିଆ ମେଘ, ଏହିସବୁ ଜିଲ୍ଲାରେ ହେବ ଘଡ଼ଘଡ଼ି ବର୍ଷା, ରୁହନ୍ତୁ ସତର୍କ

 
Kala baishaki

ଆଜିଠୁ ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି। କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।

କାଳବୈଶାଖୀ ଯୋଗୁ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ହୋଇପାରେ। ଫଳରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତାତିରୁ ସାମୟିକ ଆଶ୍ୱସ୍ତି ମିଳିପାରେ। ବର୍ତ୍ତମାନ ପାଣିପାଗ ବିଭାଗ ଅନୁସାରେ, ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ଯାହା ପରବର୍ତ୍ତୀ ସମୟରେ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ଯାଏଁ କମିବ।

Barsha

ତେବେ କାଳବୈଶାଖୀ କାରଣରୁ ଏହିସବୁ ଜିଲ୍ଲାରେ ପ୍ରବଳ‌ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇ ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ଘଡ଼ଘଡ଼ି ବିଜୁଳି ସମୟରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ବର୍ଷା କମ୍ ହେଲେ ମଧ୍ୟ ବିଜୁଳି ଘଡ଼ଘଡ଼ିର ପରିମାଣ ଅଧିକ ରହିବ।