କାହିଁକି ଜେଲ୍ ଯାଇଥିବା ହରିବାବୁଙ୍କୁ ଓଡ଼ିଶାର ରାଜ୍ୟପାଳ କଲେ ମୋଦୀ, କାରଣ ପଛର ଅସଲ କାରଣ

 
Odisha governer

ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତ ହେଲେ ହରିବାବୁ କମ୍ଭମପତି। ଏହାପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ। ରଘୁବର ଦାସଙ୍କ ସ୍ଥାନ ନେବେ ହରିବାବୁ। ପୂର୍ବରୁ ଆନ୍ଧ୍ରରେ ବିଜେପି ରାଜ୍ୟ ସଭାପତି ଥିଲେ। ୨୦୧୪ରେ ବିଶାଖାପାଟଣାରୁ ଲୋକସଭାକୁ ନିର୍ବାଚିତ ମଧ୍ୟ ହୋଇଥିଲେ। ଉଲ୍ଲେଖ ଥାଉ କି ଜୁଲାଇ, ୨୦୨୧ରେ ତାଙ୍କୁ ମିଜୋରାମ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା।

୨୦୧୪ ମସିହାରେ ଲୋକସଭା ନିର୍ବାଚନରେ ସେ ବିଜେପି ଟିକେଟରେ ବିଶାଖାପାଟଣାରୁ ନିର୍ବାଚନ ଲଢ଼ିଥିଲେ। ସେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ୱାଇ.ଏସ ଜଗନ ମୋହନ ରେଡ୍ଡୀଙ୍କ ମା ତଥା ରାଜଶେଖର ରେଡ୍ଡୀଙ୍କ ପତ୍ନୀ ୱାଇ ଏସ ବିଜୟାମ୍ମାଙ୍କୁ ପରାସ୍ତ କରିଥିଲେ। ସେହିପରି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ମୁତାବକ ରଘୁବର ଦାସ ଇସ୍ତଫା ଦେଇଥିବାବେଳେ ତାହାକୁ ମଂଜୁର କରାଯାଇଛି।

Haribabu

ସେହିପରି ଜେନେରାଲ ଭିକେ ସିଂହଙ୍କୁ ମିଜୋରାମ ରାଜ୍ୟପାଳ, ବିହାର ରାଜ୍ୟପାଳ ଥିବା ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ, କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି | ସେହିପରି ଅଜୟ କୁମାର ଭଲଲାଙ୍କୁ ମଣିପୁର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି |

ସୂଚନା ଅନୁସାରେ, ମିଜୋରାମର ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଡଃ କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।

୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାର ଟିମାସମୁଦ୍ରମ ଗାଁରେ ଜନ୍ମିତ କମ୍ଭାମପତି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ୟୁନିର୍ଭସିଟି ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ୟ୍ୟ କରିଥିଲେ।