୯ ମଇ ୨୦୧୯ ଗୁରୁବାରର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ
ମେଷ: ଆଜି ଭାଇ, ବନ୍ଧୁ, ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟରୁ ଅର୍ଥ ପାଇବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରାଦମ୍ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ: ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। କିନ୍ତୁ ସତର୍କତା ଅଭାବରୁ ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ଘଟିପାରେ। ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିପାରେ। ସତ୍ସଙ୍ଗ ଓ ବନ୍ଧୁମିଳନ, ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ମିଥୁନ: ଆଜି ଦିନଟିରେ ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ। ବହୁଦିନରୁ ଚେଷ୍ଟାକରି ମଧ୍ୟ ପାଇ ନ ଥିବା ପ୍ରାପ୍ୟ ଆଜି ସନ୍ଧ୍ୟାରେ ପାଇବେ। ସମ୍ପର୍କୀୟ ବ୍ୟକ୍ତିମାନଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ଖୁସି ହେବ। ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ସମସ୍ୟା ରହିବ ନାହିଁ।
କର୍କଟ: ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲରେ ଭଲରେ ଅତିବାହିତ ହେବ। ଆପଣଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସା କରି ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ସହଜ ଓ ସୁବିଧାରେ ନୁହେଁ। ବ୍ୟବସାୟ, ବାଣିଜ୍ୟ, କଚେରି ମାମଲା, ଜମିଜମା ସମ୍ପର୍କିତ ବିବାଦୀୟ ଘଟଣାରେ ବିଜୟୀ ହେବେ।
ସିଂହ: ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତାକରି ମନ ଭଲ ରହିବ ନାହିଁ। ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ସାମାଜିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ନିଜ ପାଇଁ କ୍ଷତିର କାରଣ ହେବ।
କନ୍ୟା: ସମସ୍ୟା ବିଜଡ଼ିତ ସାଙ୍ଗକୁ ବହୁ ବିଳମ୍ବରେ ହେଉଥିବାରୁ କ୍ରମଶଃ ବ୍ୟସ୍ତତା ବଢ଼ିଯିବ। ବନ୍ଧୁ କିମ୍ବା ଆତ୍ମୀୟଙ୍କ ଦୁଃଖିତ ମନକୁ ସାନ୍ତ୍ୱନା ଦେବାକୁ ଯାଇ ପରିବାରରେ ଦ୍ୱନ୍ଦ୍ୱ ଲାଗିଯାଇପାରେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ପ୍ରଶାସନ ଓ ଆଇନ ଅଦାଲତରେ କାମର ଚାପ ବିଶେଷ ପରିମାଣରେ ବୃଦ୍ଧି ପାଇପାରେ।
ତୁଳା: କିଛି କହିବା ଅପେକ୍ଷା ଆଜି ଦିନଟିରେ ପରିସ୍ଥିତିକୁ ଦେଖି ନୀରବଦ୍ରଷ୍ଟା ସାଜିପାରନ୍ତି। ବନ୍ଧୁମାନଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ, ଅବଶ୍ୟ ବିଭିନ୍ନ ସ୍ତରରୁ ଉପକୃତ ହେବେ। ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆର୍ଥିକ ଅନଟନ ଓ ସ୍ଥାନ ବଦଳିବା କାରଣରୁ ଦୁଶ୍ଚିନ୍ତା ବଢ଼ିଯାଇପାରେ।
ବିଛା: କର୍ମକ୍ଷେତ୍ରରେ ଚାପ କ୍ରମଶଃ ବୃଦ୍ଧିପାଇବା କାରଣରୁ କିଛିଟା ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ। ଆଜି ଯେମିତି ଚାହୁଁଛନ୍ତି କିମ୍ବା ଭାବୁଛନ୍ତି ଠିକ୍ ସେପରି ଫଳ ପାଇବେ, କିନ୍ତୁ ସମସ୍ୟା ମଧ୍ୟରେ। ବହୁଦିନ ହେଲା ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଦୀର୍ଘଦିନରୁ ପଡ଼ିରହିଥିବା କାମଟିରେ ଅଗ୍ରଗତିର ସୂଚନା ପାଇବେ।
ଧନୁ: ପୂର୍ବ ଶତ୍ରୁତାକୁ ନେଇ ମନଟା କେମିତି କେମିତି ଲାଗିବ ଏବଂ ବିଶେଷ ଭଲ ରହିବ ନାହିଁ । ଭ୍ରମଣ, ରାଜନୀତି, ପ୍ରଶାସନ, ବାଣିଜ୍ୟ, ବ୍ୟବସାୟ ପାଇଁ ଆଜି ଦିନଟି ବହୁତ ଭଲ। ପାଖପଡ଼ୋଶୀଙ୍କ ମୁହଁରୁ ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ରାଜନୀତି, କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ତଥା ସଭାସମିତି କାମରେ ବ୍ୟସ୍ତତା ବୃଦ୍ଧି ପାଇବ।
ମକର: ବନ୍ଧୁମାନଙ୍କୁ ସୁପରାମର୍ଶ, ଶିକ୍ଷା, ପରୀକ୍ଷା ତଥା ଆନୁଷ୍ଠାନିକ କ୍ଷେତ୍ରରେ କୃତିତ୍ୱରୁ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟାର ସମାଧାନ କରିବା କଷ୍ଟକର ହୋଇପଡ଼ିବ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବ। ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ।
କୁମ୍ଭ: ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ସୃଷ୍ଟି ହେବା ଆଶଙ୍କାକୁ ମଧ୍ୟ ଏଡ଼ିହେବ ନାହିଁ। ଜମିଜମା କାରବାର,ସରକାରୀ ସୂତ୍ରରୁ ଅର୍ଥ, ଛୋଟ ବ୍ୟବସାୟ, ଆନୁଷ୍ଠାନିକ ଓ ଧାର୍ମିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। ବାଦବିବାଦର ଆପୋସ ସମାଧାନ ଘଟିବ ଓ ଶତଭିଷା ବିଜୟୀ ହେବେ।
ମୀନ: ସାମାଜିକ ସ୍ତରରେ ବନ୍ଧୁମାନଙ୍କ ସାହାଯ୍ୟ ଲାଭକରି ମାନସିକ ସ୍ଥିତି କ୍ରମଶଃ ସୁସ୍ଥ ହୋଇଯିବ। ଗତକାଲି ଠାରୁ ଯାହା ଓ ଯେମିତି ଭାବୁଛନ୍ତି ଆଜି ଠିକ୍ ସେହିପରି ହିଁ ପାଇବେ, କିନ୍ତୁ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଆଲୋଚନା,ସଭାସମିତି, କ୍ରୀଡ଼ା, କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହେବ।