୧୩ ମଇ ୨୦୧୯ ସୋମବାରର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ
ମେଷ: ପ୍ରତ୍ୟେକ କାମଗୁଡିକ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ହେବ କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବେ । ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ: ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ା ବନ୍ଧୁମାନଙ୍କ ପ୍ରତି ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ।
ମିଥୁନ: ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ, ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ଦ୍ୱନ୍ଦ୍ୱରେ ପଡି ବନ୍ଧୁମାନଙ୍କର କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ସକାଶେ କର୍ମମୁଖର ହେବେ । କଳା, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ: ଅତୀତ କଥାକୁ ଚିନ୍ତା କରି ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିବେ ।
ସିଂହ: ପ୍ରତ୍ୟେକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତାନ୍ଦ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଅଫସ୍ରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇ ପାରନ୍ତି। ମାଲିମକଦ୍ଦମା, ରଚନାମତ୍କ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ । ବହୁ ବିଳମ୍ବରେ ହାତକୁ ନେଇଥିବା କାର୍ଯ୍ୟ ହାସଲରେ ସମର୍ଥ ହେବେ ।
କନ୍ୟା: ସକାଳୁ ସକାଳୁ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇବେ । ଯାତ୍ରା କାଳରେ କୌଣସି ଖଳ ଲୋକମାନଙ୍କ କଥାରେ ପଡି ଭୁଲ୍ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ। ମାଲି ମକଦ୍ଦମା, ତର୍କ ବିତର୍କ, ସଭାସମିତି, ସଙ୍ଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।
ତୁଳା: ପୂର୍ବର ମତାନ୍ତର ଜନିତ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ ନାହିଁ । ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା,ସାହିତ୍ୟ,ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ହଠାତ୍ କୌଣସି ଆଶାନୁରୂପ ସଫଳତା ମିଳି ନ ପାରେ।
ବିଛା: ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିପାରେ । ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଙ୍ଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭଲ ସମ୍ପର୍କଥିବା ବନ୍ଧୁଙ୍କ ସମ୍ମୁଖରେ ପ୍ରିୟକଥା କହି ଭୁଲ୍ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ଆଲୋଚନା ମାଧ୍ୟମରେ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ।
ମକର: ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇ ପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ଅନ୍ୟ ମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ରପତ୍ାନୀ କାରବାର ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ ।
କୁମ୍ଭ: ବହୁତ ଖୋଜାଖୋଜି ପରେ ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ବନ୍ଧୁଙ୍କ ମାଧ୍ୟମରେ ତାହା ଅତି ସୁବିଧାରେ ପାଇଯିବେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ା ବନ୍ଧୁ ମାନଙ୍କ ସହ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ ।
ମୀନ: ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ । ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।