ଦେଖନ୍ତୁ ଭିଡିଓ: ଭଉଣୀଙ୍କୁ ହରାଇ କାନ୍ଦିଲେ ନବୀନ ପଟ୍ଟନାୟକ, ଭଉଣୀଙ୍କ ମୁଁହକୁ ଦେଖି ଭାବୁଥିଲେ ପୁରୁଣା ସ୍ମୃତି

 
Geeta mehta

ଦିଲ୍ଲୀ ଲୋଦି ରୋଡ୍‌ ଶ୍ମଶାନ ଘାଟରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସୋମବାର ସମ୍ପନ୍ନ ହୋଇଛି। ପୁଅ ଆଦିତ୍ୟ ସିଂ ମେହେଟ୍ଟା ମୁଖାଗ୍ନି ଦେଇଛନ୍ତି। ପରିବାର ସଦସ୍ୟଙ୍କ ଉପସ୍ଥିତିରେ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ତାଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ ଓ ଅନ୍ୟ ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ।

Geeta Mehta

ଗତକାଲି ପ୍ରଖ୍ୟାତ ଲେଖିକା, ସାମ୍ବାଦିକା ଓ ବୃତଚିତ୍ର ନିର୍ମାତା ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କରିଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି। ବଡ ଭାଇ ପ୍ରେମ ପଟ୍ଟନାୟକ, ସାନ ଭାଇ ନବୀନ ପଟ୍ଟନାୟକଙ୍କ ସମେତ ଆତ୍ମୀୟ ସ୍ୱଜନ, ବନ୍ଧୁ ଓ ପରିଜନ ମଧ୍ୟ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଶନିବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ 80 ବର୍ଷ ବୟସ ହୋଇଥିଲା। 2019 ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ।

ସୂଚନାଯୋଗ୍ୟ, ଗୀତା ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ। ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ। ସେ କେମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ। ତାଙ୍କର କେତେକ ପ୍ରଖ୍ୟାତ ପୁସ୍ତକ ହେଉଛି- କର୍ମା କୋଲା, ସ୍ନେକ ଆଣ୍ଡ ଲ୍ୟାଡର୍ସ, ଏ ରିଭର ସୂତ୍ର, ଦ ଏଟରନାଲ ଗଣେଶ ଇତ୍ୟାଦି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ। କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ଗୀତା ଚର୍ଚ୍ଚାକୁ ଆସିଥିଲେ।